9ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକୁ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;
10ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।
11ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।’
12ମାତ୍ର ସେମାନେ କହନ୍ତି, ‘ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।’
13ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।