ଯିରିମୀୟ 18

ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ?

Jeremiah 18:14 (UKJV) Will a man leave the snow of Lebanon which comes from the rock of the field? or shall the cold flowing waters that come from another place be forsaken?

12ମାତ୍ର ସେମାନେ କହନ୍ତି, ‘ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।’

13ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟନ୍ତ ରୋମାଞ୍ଚଜନକ କାର୍ଯ୍ୟ କରିଅଛି।

14ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ?

15ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;

16ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍‍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.