17ଆମ୍ଭେ ଶତ୍ରୁ ସମ୍ମୁଖରେ ପୂର୍ବୀୟ ବାୟୁ ଦ୍ୱାରା ଛିନ୍ନ ହେଲା ପରି ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କ ପ୍ରତି ଅଭିମୁଖ ନ ହୋଇ ବିମୁଖ ହେବା।”
18ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”
19ହେ ସଦାପ୍ରଭୁ, ମୋʼ ପ୍ରତି ମନୋଯୋଗ କର ଓ ମୋʼ ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର।
20ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।
21ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।