19ହେ ସଦାପ୍ରଭୁ, ମୋʼ ପ୍ରତି ମନୋଯୋଗ କର ଓ ମୋʼ ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର।
20ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।
21ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।
22ତୁମ୍ଭେ ଯେଉଁ ସମୟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।
23ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।