ଯିରିମୀୟ 18

ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।

Jeremiah 18:23 (UKJV) Yet, LORD, you know all their counsel against me to slay me: forgive not their iniquity, neither blot out their sin from your sight, but let them be overthrown before you; deal thus with them in the time of yours anger.

21ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।

22ତୁମ୍ଭେ ଯେଉଁ ସମୟରେ ହଠାତ୍‍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।

23ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.