1ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,
2ହାର୍ଶିତ୍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;
3ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।