ଯିରିମୀୟ 19

ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍‍ ତୁଲ୍ୟ କରିବା।

Jeremiah 19:12 (UKJV) Thus will I do unto this place, says the LORD, and to the inhabitants thereof, and even make this city as Tophet:

10ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,

11‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବର ସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।

12ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍‍ ତୁଲ୍ୟ କରିବା।

13ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍‍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍‍ ସ୍ଥାନ ତୁଲ୍ୟ ହେବ।’”

14ଏଥିଉତ୍ତାରେ ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍‍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.