12ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା।
13ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।’”
14ଏଥିଉତ୍ତାରେ ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ;
15“ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।”