ଯିରିମୀୟ 19

ହାର୍ଶିତ୍‍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;

Jeremiah 19:2 (UKJV) And go forth unto the valley of the son of Hinnom, which is by the entry of the east gate, and proclaim there the words that I shall tell you,

1ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,

2ହାର୍ଶିତ୍‍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;

3ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।

4କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.