ଯିରିମୀୟ 19

ଏଥିନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।

Jeremiah 19:6 (UKJV) Therefore, behold, the days come, says the LORD, that this place shall no more be called Tophet, nor The valley of the son of Hinnom, but The valley of slaughter.

4କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।

5ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍‍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।

6ଏଥିନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।

7ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।

8ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍‍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍‍ ଶବ୍ଦ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.