5ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।
6ଏଥିନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।
7ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।
8ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶବ୍ଦ କରିବ।
9ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।’