1ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
2“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।
3ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ,” ଏହା ସଦାପ୍ରଭୁ କହନ୍ତି।