ଯିରିମୀୟ 2

ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।

Jeremiah 2:11 (UKJV) Has a nation changed their gods, which are yet no gods? but my people have changed their glory for that which does not profit.

9ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା।

10ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ, ଆଉ କେଦାରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି?

11ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।

12ହେ ଆକାଶମଣ୍ଡଳ, ଏଥିରେ ଚମତ୍କୃତ ହୁଅ ଓ ମହାଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ, ଏହା ସଦାପ୍ରଭୁ କହନ୍ତି।

13କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରିଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.