10ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ, ଆଉ କେଦାରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି?
11ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।
12ହେ ଆକାଶମଣ୍ଡଳ, ଏଥିରେ ଚମତ୍କୃତ ହୁଅ ଓ ମହାଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ, ଏହା ସଦାପ୍ରଭୁ କହନ୍ତି।
13କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରିଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।
14ଇସ୍ରାଏଲ କି ଦାସ? ସେ କି ଗୃହଜାତ ଜନ୍ମରୁ ଦାସ? ତେବେ ସେ କାହିଁକି ଲୁଟିତ ଦ୍ରବ୍ୟ ହୋଇଅଛି?