13କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରିଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।
14ଇସ୍ରାଏଲ କି ଦାସ? ସେ କି ଗୃହଜାତ ଜନ୍ମରୁ ଦାସ? ତେବେ ସେ କାହିଁକି ଲୁଟିତ ଦ୍ରବ୍ୟ ହୋଇଅଛି?
15ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସବିହୀନ ହୋଇଅଛି।
16ଆହୁରି ନୋଫର ଓ ତଫନ୍ହେଷର ସନ୍ତାନଗଣ ତୁମ୍ଭ ମସ୍ତକର ମୁକୁଟକୁ ଭାଙ୍ଗିଅଛନ୍ତି।
17ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନିଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ?