14ଇସ୍ରାଏଲ କି ଦାସ? ସେ କି ଗୃହଜାତ ଜନ୍ମରୁ ଦାସ? ତେବେ ସେ କାହିଁକି ଲୁଟିତ ଦ୍ରବ୍ୟ ହୋଇଅଛି?
15ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସବିହୀନ ହୋଇଅଛି।
16ଆହୁରି ନୋଫର ଓ ତଫନ୍ହେଷର ସନ୍ତାନଗଣ ତୁମ୍ଭ ମସ୍ତକର ମୁକୁଟକୁ ଭାଙ୍ଗିଅଛନ୍ତି।
17ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନିଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ?
18ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?