ଯିରିମୀୟ 2

ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ?

Jeremiah 2:21 (UKJV) Yet I had planted you a noble vine, wholly a right seed: how then are you turned into the degenerate plant of a strange vine unto me?

19ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।

20ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ‘ଆମ୍ଭେ ଦାସ୍ୟକର୍ମ କରିବା ନାହିଁ;’ କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।

21ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ?

22ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି।

23‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.