ଯିରିମୀୟ 2

‘ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍‍ଗାମିନୀ ହେବି।’

Jeremiah 2:25 (UKJV) Withhold your foot from being unshod, and your throat from thirst: but you said, There is no hope: no; for I have loved strangers, and after them will I go.

23‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;

24ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ? ତାହାର ଅନ୍ବେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳାନ୍ତ କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ।

25‘ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍‍ଗାମିନୀ ହେବି।’

26ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍‍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;

27ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, ‘ତୁମ୍ଭେ ଆମ୍ଭର ପିତା’ ଓ ପଥରକୁ କହନ୍ତି, ‘ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,’ ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, ‘ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.