24ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ? ତାହାର ଅନ୍ବେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳାନ୍ତ କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ।
25‘ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍ଗାମିନୀ ହେବି।’
26ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;
27ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, ‘ତୁମ୍ଭେ ଆମ୍ଭର ପିତା’ ଓ ପଥରକୁ କହନ୍ତି, ‘ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,’ ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, ‘ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।’
28ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।