26ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;
27ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, ‘ତୁମ୍ଭେ ଆମ୍ଭର ପିତା’ ଓ ପଥରକୁ କହନ୍ତି, ‘ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,’ ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, ‘ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।’
28ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।
29ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।
30ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କୁ ଗ୍ରାସ କରିଅଛି।