27ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, ‘ତୁମ୍ଭେ ଆମ୍ଭର ପିତା’ ଓ ପଥରକୁ କହନ୍ତି, ‘ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,’ ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, ‘ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।’
28ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।
29ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।
30ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କୁ ଗ୍ରାସ କରିଅଛି।
31ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ‘ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’