ଯିରିମୀୟ 2

ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ,” ଏହା ସଦାପ୍ରଭୁ କହନ୍ତି।

Jeremiah 2:3 (UKJV) Israel was holiness unto the LORD, and the first-fruits of his increase: all that devour him shall offend; evil shall come upon them, says the LORD.

1ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,

2“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍‍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।

3ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ,” ଏହା ସଦାପ୍ରଭୁ କହନ୍ତି।

4ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;

5ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍‍ଗମନ କରି ନିଜେ ଅସାର ହୋଇଅଛନ୍ତି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.