32କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରିଅଛନ୍ତି।
33ତୁମ୍ଭେ ପ୍ରେମର ଚେଷ୍ଟାରେ କିପରି ଆପଣା ପଥ ସଜାଡ଼ୁଅଛ! ଏହି କାରଣରୁ ଦୁଷ୍ଟା ସ୍ତ୍ରୀମାନଙ୍କୁ ହିଁ ତୁମ୍ଭେ ଆପଣା ପଥ ଶିଖାଇଅଛ।
34ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ।
35ତଥାପି ତୁମ୍ଭେ କହିଲ, ‘ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରିଅଛି।’ ତୁମ୍ଭେ କହୁଅଛ, ‘ଆମ୍ଭେ ପାପ କରି ନାହୁଁ,’ ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।
36ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।