34ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ।
35ତଥାପି ତୁମ୍ଭେ କହିଲ, ‘ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରିଅଛି।’ ତୁମ୍ଭେ କହୁଅଛ, ‘ଆମ୍ଭେ ପାପ କରି ନାହୁଁ,’ ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।
36ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।
37ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ।