4ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ;
5ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍ଗମନ କରି ନିଜେ ଅସାର ହୋଇଅଛନ୍ତି?
6ଅଥବା ‘ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି,’ ଏହା ସେମାନେ କହିଲେ ନାହିଁ।
7ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।
8‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ।