ଯିରିମୀୟ 2

ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା।

Jeremiah 2:9 (UKJV) Wherefore I will yet plead with you, says the LORD, and with your children's children will I plead.

7ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।

8‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍‍ବକ୍ତାମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍‍ଗମନ କଲେ।

9ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା।

10ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ, ଆଉ କେଦାରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି?

11ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.