ଯିରିମୀୟ 20

ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି।

Jeremiah 20:12 (UKJV) But, O LORD of hosts, that try the righteous, and see the reins and the heart, let me see your vengeance on them: for unto you have I opened my cause.

10କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।”

11ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।

12ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି।

13ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର, ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସେ ଦୁଷ୍କର୍ମକାରୀମାନଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରିଅଛନ୍ତି।

14ମୁଁ ଯେଉଁ ଦିନ ଜନ୍ମ ହୋଇଥିଲି, ସେଦିନ ଶାପଗ୍ରସ୍ତ ହେଉ; ମୋʼ ମାତା ଯେଉଁ ଦିନ ମୋତେ ପ୍ରସବ କଲେ, ସେ ଦିନ ଆଶୀର୍ବାଦ ପ୍ରାପ୍ତ ନ ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.