11ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।
12ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି।
13ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର, ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସେ ଦୁଷ୍କର୍ମକାରୀମାନଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରିଅଛନ୍ତି।
14ମୁଁ ଯେଉଁ ଦିନ ଜନ୍ମ ହୋଇଥିଲି, ସେଦିନ ଶାପଗ୍ରସ୍ତ ହେଉ; ମୋʼ ମାତା ଯେଉଁ ଦିନ ମୋତେ ପ୍ରସବ କଲେ, ସେ ଦିନ ଆଶୀର୍ବାଦ ପ୍ରାପ୍ତ ନ ହେଉ।
15ତୁମ୍ଭର ପୁତ୍ରସନ୍ତାନ ହୋଇଅଛି ବୋଲି ସମ୍ବାଦ ଦେଇ ଯେଉଁ ଲୋକ ମୋର ପିତାଙ୍କୁ ଅତି ଆନନ୍ଦିତ କରିଥିଲା, ସେ ଶାପଗ୍ରସ୍ତ ହେଉ।