14ମୁଁ ଯେଉଁ ଦିନ ଜନ୍ମ ହୋଇଥିଲି, ସେଦିନ ଶାପଗ୍ରସ୍ତ ହେଉ; ମୋʼ ମାତା ଯେଉଁ ଦିନ ମୋତେ ପ୍ରସବ କଲେ, ସେ ଦିନ ଆଶୀର୍ବାଦ ପ୍ରାପ୍ତ ନ ହେଉ।
15ତୁମ୍ଭର ପୁତ୍ରସନ୍ତାନ ହୋଇଅଛି ବୋଲି ସମ୍ବାଦ ଦେଇ ଯେଉଁ ଲୋକ ମୋର ପିତାଙ୍କୁ ଅତି ଆନନ୍ଦିତ କରିଥିଲା, ସେ ଶାପଗ୍ରସ୍ତ ହେଉ।
16ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ, ସେ ଲୋକ ସେହି ସବୁ ନଗର ତୁଲ୍ୟ ହେଉ; ଆଉ, ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ;
17କାରଣ ସେ ମୋତେ ଗର୍ଭରୁ ମାରି ପକାଇଲା ନାହିଁ; ତାହା କରିଥିଲେ, ମୋହର ମାତା ମୋର କବର ସ୍ୱରୂପ ହୋଇଥାʼନ୍ତେ ଓ ତାଙ୍କ ଗର୍ଭ ନିତ୍ୟ ଭାରୀ ଥାʼନ୍ତା।
18ଲଜ୍ଜାରେ ମୋର ସମୟ କଟାଇବା ନିମନ୍ତେ ମୁଁ ଆୟାସ ଓ ଦୁଃଖଭୋଗ କରିବା ପାଇଁ କାହିଁକି ଗର୍ଭରୁ ନିର୍ଗତ ହେଲି?