4କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।
5ଆହୁରି, ଆମ୍ଭେ ଏହି ନଗରର ସକଳ ସମ୍ପତ୍ତି ଓ ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ୟ ପଦାର୍ଥ ଦେବା, ହଁ, ଆମ୍ଭେ ଯିହୁଦାର ରାଜାଗଣର ସକଳ ଧନଭଣ୍ଡାର ସେମାନଙ୍କ ଶତ୍ରୁଗଣର ହସ୍ତଗତ କରିବା, ସେମାନେ ସେସବୁ ଲୁଟି କରି ନେବେ ଓ ବାବିଲକୁ ଘେନିଯିବେ।
6ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”
7ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ସାରାଦିନ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।
8କାରଣ ମୁଁ ଯେତେ ଥର କଥା କହେ, ସେତେଥର କ୍ରନ୍ଦନ କରେ; “ମୁଁ ଦୌରାତ୍ମ୍ୟ ଓ ଧନାପହାର ବୋଲି ଉଚ୍ଚସ୍ୱର କରେ;” କାରଣ ସଦାପ୍ରଭୁଙ୍କର ବାକ୍ୟ ମୋʼ ପ୍ରତି ସାରାଦିନ ଧିକ୍କାର ଓ ବିଦ୍ରୂପର ବିଷୟ ହୋଇଅଛି।