ଯିରିମୀୟ 20

ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ସାରାଦିନ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।

Jeremiah 20:7 (UKJV) O LORD, you have deceived me, and I was deceived; you are stronger than I, and have prevailed: I am in derision daily, every one mocks me.

5ଆହୁରି, ଆମ୍ଭେ ଏହି ନଗରର ସକଳ ସମ୍ପତ୍ତି ଓ ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ୟ ପଦାର୍ଥ ଦେବା, ହଁ, ଆମ୍ଭେ ଯିହୁଦାର ରାଜାଗଣର ସକଳ ଧନଭଣ୍ଡାର ସେମାନଙ୍କ ଶତ୍ରୁଗଣର ହସ୍ତଗତ କରିବା, ସେମାନେ ସେସବୁ ଲୁଟି କରି ନେବେ ଓ ବାବିଲକୁ ଘେନିଯିବେ।

6ପୁଣି, ହେ ପଶ୍‍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”

7ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି; ତୁମ୍ଭେ ମୋʼ ଅପେକ୍ଷା ବଳବାନ, ତୁମ୍ଭେ ଜୟ କରିଅଛ; ମୁଁ ସାରାଦିନ ଉପହାସର ପାତ୍ର ହୋଇଅଛି, ସମସ୍ତେ ମୋତେ ପରିହାସ କରନ୍ତି।

8କାରଣ ମୁଁ ଯେତେ ଥର କଥା କହେ, ସେତେଥର କ୍ରନ୍ଦନ କରେ; “ମୁଁ ଦୌରାତ୍ମ୍ୟ ଓ ଧନାପହାର ବୋଲି ଉଚ୍ଚସ୍ୱର କରେ;” କାରଣ ସଦାପ୍ରଭୁଙ୍କର ବାକ୍ୟ ମୋʼ ପ୍ରତି ସାରାଦିନ ଧିକ୍କାର ଓ ବିଦ୍ରୂପର ବିଷୟ ହୋଇଅଛି।

9ଯଦି ପୁଣି, “ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ,” ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋʼ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.