ଯିରିମୀୟ 21

ସିଦିକୀୟ ରାଜା ଯେଉଁ ସମୟରେ ମଲ୍‍କୀୟର ପୁତ୍ର ପଶ୍‍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,

Jeremiah 21:1 (UKJV) The word which came unto Jeremiah from the LORD, when king Zedekiah sent unto him Pashur the son of Melchiah, and Zephaniah the son of Maaseiah the priest, saying,

1ସିଦିକୀୟ ରାଜା ଯେଉଁ ସମୟରେ ମଲ୍‍କୀୟର ପୁତ୍ର ପଶ୍‍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,

2“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।

3ତହିଁରେ ଯିରିମୀୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସିଦିକୀୟକୁ ଏହି କଥା କହିବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.