ଯିରିମୀୟ 21

ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ‘ସଦାପ୍ରଭୁଙ୍କର ବାକ୍ୟ ଶୁଣ;

Jeremiah 21:11 (UKJV) And concerning the house of the king of Judah, say, Hear all of you the word of the LORD;

9ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରିଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ।

10କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।

11ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ‘ସଦାପ୍ରଭୁଙ୍କର ବାକ୍ୟ ଶୁଣ;

12ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।’

13ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ‘ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ?’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.