11ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ‘ସଦାପ୍ରଭୁଙ୍କର ବାକ୍ୟ ଶୁଣ;
12ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।’
13ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ‘ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ?’
14ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ୱଳାଇବା, ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”