3ତହିଁରେ ଯିରିମୀୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସିଦିକୀୟକୁ ଏହି କଥା କହିବ;
4‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁ ସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହି ସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।
5ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।
6ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।
7ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’