ଯିରିମୀୟ 21

ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।

Jeremiah 21:6 (UKJV) And I will strike the inhabitants of this city, both man and beast: they shall die of a great pestilence.

4‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁ ସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହି ସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।

5ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।

6ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।

7ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’

8ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁର ପଥ ରଖୁଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.