ଯିରିମୀୟ 21

ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’

Jeremiah 21:7 (UKJV) And afterward, says the LORD, I will deliver Zedekiah king of Judah, and his servants, and the people, and such as are left in this city from the pestilence, from the sword, and from the famine, into the hand of Nebuchadrezzar king of Babylon, and into the hand of their enemies, and into the hand of those that seek their life: and he shall strike them with the edge of the sword; he shall not spare them, neither have pity, nor have mercy.

5ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।

6ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।

7ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’

8ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁର ପଥ ରଖୁଅଛୁ।

9ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରିଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.