19ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।”
20“ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।
21ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ‘ମୁଁ ଶୁଣିବି ନାହିଁ;’ ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।
22ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ।
23ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।”