8ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।”
9ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।
10କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।
11“କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।
12ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା।