ଯିରିମୀୟ 23

“କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।

Jeremiah 23:11 (UKJV) For both prophet and priest are profane; yea, in my house have I found their wickedness, says the LORD.

9ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।

10କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।

11“କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।

12ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା।

13ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.