ଯିରିମୀୟ 23

“ଆମ୍ଭେ ଏହି ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।

Jeremiah 23:21 (UKJV) I have not sent these prophets, yet they ran: I have not spoken to them, yet they prophesied.

19ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ହଁ, ଘୂର୍ଣ୍ଣାୟମାନ ତୋଫାନ ବାହାର ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।

20ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।

21“ଆମ୍ଭେ ଏହି ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।

22ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ।

23ସଦାପ୍ରଭୁ କହନ୍ତି, ଆମ୍ଭେ କି ନିକଟରେ ପରମେଶ୍ୱର ଅଟୁ ଓ ଦୂରରେ ପରମେଶ୍ୱର ନୋହୁଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.