ଯିରିମୀୟ 23

ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍‍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍‍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ?

Jeremiah 23:26 (UKJV) How long shall this be in the heart of the prophets that prophesy lies? yea, they are prophets of the deceit of their own heart;

24ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?

25‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।

26ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍‍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍‍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ?

27ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍‍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।

28ଯେଉଁ ଭବିଷ୍ୟଦ୍‍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.