26ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ?
27ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।
28ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, ଶସ୍ୟ ନିକଟରେ ପାଳ କଅଣ?
29ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ?
30ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।