37ତୁମ୍ଭେ ଭବିଷ୍ୟଦ୍ବକ୍ତାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ ଓ ‘ସଦାପ୍ରଭୁ କି କଥା କହିଅଛନ୍ତି?’
38ମାତ୍ର ‘ସଦାପ୍ରଭୁଙ୍କର ଭାରୋକ୍ତି,’ ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି: ‘ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ,’ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହୁଅଛ।’
39ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା, ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;
40ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।”