4ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ, ଏହା ସଦାପ୍ରଭୁ କହନ୍ତି।
5ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
6ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।
7ଏଣୁକରି ‘ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’
8ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।”