ଯିରିମୀୟ 23

ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।

Jeremiah 23:9 (UKJV) Mine heart within me is broken because of the prophets; all my bones shake; I am like a drunken man, and like a man whom wine has overcome, because of the LORD, and because of the words of his holiness.

7ଏଣୁକରି ‘ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’

8ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।”

9ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।

10କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।

11“କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.