ଯିରିମୀୟ 24

ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।”

Jeremiah 24:10 (UKJV) And I will send the sword, the famine, and the pestilence, among them, till they be consumed from off the land that I gave unto them and to their fathers.

8ଆଉ, ଯେପରି ସେହି ମନ୍ଦ ଡିମ୍ବିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା।

9ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।

10ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.