24ପୁଣି, ଆରବୀୟ ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;
25ଆଉ, ସିମ୍ରିର ସମସ୍ତ ରାଜାଙ୍କୁ, ଏଲମ୍ର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ;
26ପୁଣି, ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ଯାବତୀୟ ରାଜାଙ୍କୁ, ପରସ୍ପରର ସହିତ ଓ ଭୂମଣ୍ଡଳର ଉପରିସ୍ଥ ଜଗତର ସମୁଦାୟ ରାଜ୍ୟକୁ ପାନ କରାଇଲି; ଆଉ, ସେମାନଙ୍କ ଉତ୍ତାରେ ଶେଶକର ରାଜା ପାନ କରିବ।
27ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’
28ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ।