ଯିରିମୀୟ 25

ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।

Jeremiah 25:30 (UKJV) Therefore prophesy you against them all these words, and say unto them, The LORD shall roar from on high, and utter his voice from his holy habitation; he shall mightily roar upon his habitation; he shall give a shout, as they that tread the grapes, against all the inhabitants of the earth.

28ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ତୁମ୍ଭେମାନେ ଅବଶ୍ୟ ପାନ କରିବ।

29କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା,’ ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

30ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।

31ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,’ ଏହା ସଦାପ୍ରଭୁ କହନ୍ତି।

32ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହାତୋଫାନ ଉଠିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.