31ପୃଥିବୀର ସୀମା ପର୍ଯ୍ୟନ୍ତ ଗୋଟିଏ ଧ୍ୱନି ବ୍ୟାପିବ; କାରଣ ନାନା ଗୋଷ୍ଠୀୟମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି, ସେ ସବୁ ପ୍ରାଣୀର ବିଚାର କରିବେ; ପୁଣି, ଦୁଷ୍ଟମାନଙ୍କୁ ସେ ଖଡ୍ଗରେ ସମର୍ପଣ କରିବେ,’ ଏହା ସଦାପ୍ରଭୁ କହନ୍ତି।
32ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହାତୋଫାନ ଉଠିବ।
33ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ହେବେ ନାହିଁ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ।
34ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।
35ପୁଣି, ମେଷପାଳକମାନେ ପଳାଇବାର ବାଟ ପାଇବେ ନାହିଁ ଓ ପଲର ଅଗ୍ରଗଣ୍ୟମାନେ ରକ୍ଷା ପାଇବେ ନାହିଁ।